ସରିଲା 2023 ମାଟ୍ରିକ ପରୀକ୍ଷା, କେତେ ଦିନ ମଧ୍ୟରେ ମୂଲ୍ୟାୟନ ପ୍ରକ୍ରିୟା ହେବ ଜାଣନ୍ତୁ ?

ଜୟ ଜଗନ୍ନାଥ ଦର୍ଶକ ବନ୍ଧୁ। ଆପଣ ମାନଙ୍କୁ ଓଡ଼ିଆ Fast News ରେ ସ୍ବାଗତ । ଆଶା କରୁଛି ଯେ ଆପଣଙ୍କ ଦିନଟି ସୁଖ ମୟ ହେଉ । ଆପଣଙ୍କ ପରିବାର ସୁଖ ରେ ରୁହନ୍ତୁ। ଏଠାରେ ପ୍ରତ୍ୟେକ ଦିନର ରାଶିଫଳ ଏବଂ ପ୍ରତ୍ୟେକ ଦିନର ଗୁରୁତ୍ୱପୂର୍ଣ୍ଣ ଖବର ପ୍ରକାଶିତ କରାଯାଏ ।

ସରିଲା 2023 ମାଟ୍ରିକ ପରୀକ୍ଷା, କେତେ ଦିନ ମଧ୍ୟରେ ମୂଲ୍ୟାୟନ ପ୍ରକ୍ରିୟା ହେବ ଜାଣନ୍ତୁ ?

ସରିଲା 2023 ମାଟ୍ରିକ ପରୀକ୍ଷା, କେତେ ଦିନ ମଧ୍ୟରେ ମୂଲ୍ୟାୟନ ପ୍ରକ୍ରିୟା ହେବ ଜାଣନ୍ତୁ ?

ମାର୍ଚ୍ଚ ୧୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେଇଥିଲା । ମାର୍ଚ୍ଚ୧୦ଠାରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୧୭ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିଥିଲ। ଆଜି ବୋର୍ଡ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ବୋର୍ଡ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ପରୀକ୍ଷା ୮ଟାରୁ ଆରମ୍ଭ ହୋଇ ୧୦ଟାରେ ଶେଷ ହେଇଥିଲା। ପ୍ରଥମ ଦିନରେ ପିଲାମାନେ ଘଣ୍ଟାଏ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିଥିଲେ।

ପରୀକ୍ଷାର୍ଥୀମାନେ ପରୀକ୍ଷା କେନ୍ଦ୍ରକୁ ଯିବା ବେଳେ ସାଙ୍ଗରେ ଆଡମାଟ୍‌ କାର୍ଡ, ବ୍ଲ୍ୟୁ ଓ ବ୍ଲାକ୍ ପେନ୍, ଓ ପେନ୍‌ସିଲ୍ ଜେମେଟ୍ରିବକ୍ସ ବକ୍ସ ନେଇ ଯାଇଥିଲେ । ଅନ୍ୟ ଜିନିଷ ପରୀକ୍ଷାକେନ୍ଦ୍ରକୁ ପିଲାମାନେ ନେଇ ଯାଇପାରିବେ ନାହିଁ।

ଏହାସହ ଶିକ୍ଷକମାନେ ପରୀକ୍ଷା କେନ୍ଦ୍ରକୁ ଯିବାବେଳେ ମୋବାଇଲ ସ୍ୱିଚ୍‌ ଅଫ୍‌ ମୋଡରେ ନିର୍ଦ୍ଦିଷ୍ଟ ସ୍ଥାନରେ ରହିବ।
ବୋର୍ଡ ପକ୍ଷରୁ ପ୍ରଶ୍ନପତ୍ର ଲିକ୍‌ ରୋକିବା ପାଇଁ ବୋର୍ଡ଼ ପକ୍ଷରୁ ପଦକ୍ଷେପ ନିଆଯାଇଛି। ଯେଉଁଦିନ ଯେଉଁ ପରୀକ୍ଷା ସେହିଦିନ ସେହି ପ୍ରଶ୍ନପତ୍ର ସକାଳୁ ଯିବ। ପୁଲିସ ଏସ୍କର୍ଟରେ ପ୍ରଶ୍ନପତ୍ର ପରୀକ୍ଷା କେନ୍ଦ୍ରରେ ପହଞ୍ଚିବ। ସକାଳ ୬ରୁ ୭ଟା ଭିତରେ ହିଁ ପ୍ରଶ୍ନପତ୍ର ସେଣ୍ଟରରେ ପହଞ୍ଚିବ।

ମାଟ୍ରିକ ପରୀକ୍ଷା ସହ ମଧ୍ୟମା ଓ ଓପନ ସ୍କୁଲର ପରୀକ୍ଷା ମଧ୍ୟ ସେହି ସମୟ ମଧ୍ୟରେ କରାଯାଇଥିଲା। ଚଳିତ ବର୍ଷ ୫ ଲକ୍ଷ ୪୧ ହଜାର ୨୪୭ ଜଣ ପରୀକ୍ଷାର୍ଥୀ ହାଇସ୍କୁଲ ସାଟିଫିକେଟ ପରୀକ୍ଷା ପାଇଁ ଫର୍ମ ପିଲଫ କରିଥିବା ବେଳେ ୩୨୧୮ଟି କେନ୍ଦ୍ରରେ ପରୀକ୍ଷା ହେଇଥିଲା ।

ଏଥିପାଇଁ ୩୧୬ ଟି ନୋଡାଲ ସେଣ୍ଟର କରିଥିଲା ବୋର୍ଡ। ମାଓ ଅଧୁଷିତ ଅଞ୍ଚଳରେ ୨୨ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଥିଲା । କନ୍ଧମାଳରେ ୭ ଟି, କୋରାପୁଟରେ ୫ ଓ ମାଲକାନାଗିରିରେ ୧୦ଟି ଥାନାରେ ନୋଡାଲ ସେଣ୍ଟର କରାଯାଇଥିଲା । ତେବେ ସ୍କୁଲର ୧୦ କିମି ଭିତରେ ସବୁ ସେଣ୍ଟର କରାଯାଇଥିଲା ବୋଲି ବୋର୍ଡ଼ ପକ୍ଷରୁ କୁହାଯାଇଛି।

ସେହିଭଳି ମଧମା ପାଇଁ ୨୯୧୪ଜଣ ପରୀକ୍ଷାର୍ଥୀଙ୍କ ପାଇଁ ୧୦୮ ଟି କେନ୍ଦ୍ରରେ ପରୀକ୍ଷା ଦେବାକୁ ବ୍ୟବସ୍ଥା ହୋଇଥିଲା। ଓପନ ସ୍କୁଲ ପରୀକ୍ଷାରେ ୭୧୮୧ ପରୀକ୍ଷାର୍ଥୀ ୧୪୬ଟି ସେଣ୍ଟରରେ ପରୀକ୍ଷା ଦେଇଥିଲେ। ସମେଟିଭ ୧ ରେ ପରୀକ୍ଷା କେନ୍ଦ୍ର ଯେଉଁଠି ଥିଲା ସମେଟିଭ ୨ ପରୀକ୍ଷା ସେହି କେନ୍ଦ୍ରରେ ହେଇଥିଲା।

ସରିଲା 2023 ମାଟ୍ରିକ ପରୀକ୍ଷା, କେତେ ଦିନ ମଧ୍ୟରେ ମୂଲ୍ୟାୟନ ପ୍ରକ୍ରିୟା ହେବ ଜାଣନ୍ତୁ ?

ସରିଲା ମାଟ୍ରିକ ପରୀକ୍ଷା । ଏପ୍ରିଲ୍‌ ୩ ତାରିଖରୁ ମାଟ୍ରିକ ଖାତା ମୂଲ୍ୟାୟନ ହେବ । ୫୬ଟି କେନ୍ଦ୍ରରେ ଖାତା ଦେଖାଯିବ । ପରୀକ୍ଷା କେନ୍ଦ୍ରରୁ ମୂଲ୍ୟାୟନ କେନ୍ଦ୍ରକୁ ଖାତା ଗୁଡ଼ିକ ସୁରକ୍ଷାରେ ଯିବ । ଆସନ୍ତା ୪୫ ଦିନ ମଧ୍ୟରେ ସଂପୂର୍ଣ୍ଣ ମୂଲ୍ୟାୟନ ପ୍ରକ୍ରିୟା ଶେଷ ହୋଇ ପରୀକ୍ଷା ଫଳ ପ୍ରକାଶ ପାଇବ ।

ବୋର୍ଡ ସଭାପତି ରାମାଶିଶ ହାଜରା ଏହି ସୂଚନା ଦେଇଛନ୍ତି ।ଚଳିତ ବର୍ଷ ରାଜ୍ୟର ୩ ହଜାର ୨୧୮ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଇଛନ୍ତି ମୋଟ ୫ ଲକ୍ଷ ୪୧ହଜାର ୨୪୭ ଜଣ ଛାତ୍ରଛାତ୍ରୀ ।

ଚଳିତ ଥର କପି ରୋକିବାକୁ କେନ୍ଦ୍ରୀୟ ସ୍କ୍ଵାଡ ଗଠନ କରାଯାଇଥିଲା । ସେଣ୍ଟର ଗୁଡିକରେ ସିସିଟିଭି କ୍ୟାମେରା ଲଗାଯାଇଥିଲା। ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ୨୦ ତାରିଖ ପର୍ଯ୍ୟନ୍ତ ଚାଲିଥିଲା ପରୀକ୍ଷା ।

https://studio.youtube.com/video/b3OA2PeWGMc/edit.

Leave a Comment